ପୁରା ଖବର ବିଷୟରେ



ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଶପଥ ପାଠ

Oct 26 2021 1:24PM
(ଗୁଣୁପୁର ରୁ ମନୋଜ କୁମାର ଦାସ ଙ୍କ ରିପୋର୍ଟ) ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ ମାନଙ୍କୁ ଡେପୁଟି କଲେକ୍ଟର ଶ୍ରୀ ନିରଞ୍ଜନ ନାୟକ ଦୁର୍ନୀତିରୁ ଦୁରେଇ ରହିବା ଓ ସମସ୍ତ କାର୍ଯ୍ୟ ସମ୍ମାନର ସହ ସମ୍ପାଦନ କରିବା ନିମନ୍ତେ ଶପଥ ପାଠ କରାଇଥିଲେ । ଦୁର୍ନୀତି ନିବାରଣ ସପ୍ତାହ ଅକ୍ଟୋବର ୨୬ ରୁ ନଭେମ୍ବର ୧ ତାରିଖ ଯାଏଁ ପାଳନ ଅବସରରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆଜି ସମସ୍ତଙ୍କୁ ଶପଥ ପାଠ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା, ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ ଓ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ ।