ପୁରା ଖବର ବିଷୟରେ



ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ନୋଡାଲ ବୈଠକ ଏବଂ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ ପରିପେକ୍ଷିରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Nov 18 2021 8:56PM
(ନବରଙ୍ଗପୁର ଜିଲ୍ଲା ପ୍ରତିନିଧି ଗୁରୁପ୍ରସାଦ ପଣ୍ଡାଙ୍କ ରିପୋର୍ଟ) ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ବୈଠକରେ ଜିଲ୍ଲାର ନିର୍ମାନଧିନ ମିଶନ ଶକ୍ତି ଗୃହ ଗୁଡିକ ସମସ୍ତ ଆନୁସଙ୍ଗିକ ସୁବିଧା ସହିତ ଆସନ୍ତା ଡିସେମ୍ବର ମାସ କୋଡିଏ ତାରିଖ ସୁଦ୍ଧା ସମାପ୍ତ କରିବା ପାଇଁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦ୍ଧେଶ ଦେଇଥିଲେ। ଏଥି ସହିତ ବୈଠକରେ ନବରଙ୍ଗପୁର ଜିଲ୍ଲାରେ ଦ୍ୱିତୀୟ ଡଜ କରୋନା ଟୀକାକରଣ ଶତ ପ୍ରତିଶତ କିଭଳି ଭାବରେ ହେବ ବିସ୍ତ୍ରୁତ ଭାବରେ ଆଲୋଚନା ହୋଇଥିଲା। ଟୀକାକରଣ କୁ ବ୍ୟାପକ କରିବା ପାଇଁ ବିଭିନ୍ନ ବେସରକାରୀ ସ୍ବେଚ୍ଛାସେବୀ ସଂଘଠନ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କ ସହଯୋଗ ରେ ଗ୍ରାମ୍ୟ ସ୍ତରରେ ସଚେତନତା ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଗଲା । ଜିଲ୍ଲାରେ କେତେ ଅଙ୍ଗନବାଡ଼ି ଗୃହ ଅସୁରକ୍ଷିତ ଭାବେ ଅଛି, ତାହାର ଏକ ତାଲିକା ଆଗାମୀ ଦୁଇ ଦିନ ମଧ୍ୟରେ ଦାଖଲ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଡ଼ଃ ମିଶ୍ର ନିର୍ଦ୍ଧେଶ ଦେଇଥିଲେ। ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ସୁପରିଚାଳନା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।ସେହିପରି, ଆଗାମୀ ନଭେମ୍ବର ୨୭ ତାରିଖ ରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଅଭାସି ( ଭର୍ଚୁଅଲ) ମାଧ୍ୟମରେ ବିଜୁ ସ୍ୱାସ୍ଥ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କିପରି ସୁଚାରୁ ରୂପେ ହୋଇପାରିବ, ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା ହୋଇଥିଲା। ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ , ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ, ଉପ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୁତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସା ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ସଞ୍ଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ, ଉଠା ଜଳସେଚନ ବିଭାଗ, ଦିଲ୍ଲୀପ କୁମାର ଦାସ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଗ, ସୁରେଶ ଚନ୍ଦ୍ର ପ୍ରଧାନ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଟଙ୍କଧର ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର ବ୍ୟତୀତ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।