ପୁରା ଖବର ବିଷୟରେ



ରାୟଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ

Mar 13 2022 7:34PM
(ରାୟଗଡାରୁ ପ୍ରଭାକର ରତ୍ନାଲୁଙ୍କ ରିପୋର୍ଟ) ରାୟଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ରାୟଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନରଙ୍କ ଆଦେଶ ମୁତାବକ ରାୟଗଡ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ଚିନ୍ତନ କକ୍ଷରେ ନବନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟ ସଭ୍ୟାଙ୍କୁ ବିଧିବଦ୍ଧ ଭାବରେ ଶପଥପାଠ କରାଇଥିଲେ । ପରେପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । କାଶୀପୁର ବ୍ଲକର ଗ ଜୋନର ୫ନମ୍ବର ଜିଲାପରିଷଦ ସଭ୍ୟା ଶ୍ରୀମତୀ ସରସ୍ୱତୀ ମାଝୀ ଏକମାତ୍ର ଵ୍ୟକ୍ତି ଯିଏକି ନାମାଙ୍କନ ଦାଖଲ କରିଥିଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ । ଜିଲ୍ଲା ଗ୍ରାମୀୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ରବିନାରାୟଣ ତ୍ରିପାଠୀ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ନାମ ସରକାରୀ ଭାବେ ଘୋଷଣା କରିଥିଲେ । ଆଜିର ଶପଥ ଗ୍ରହଣ ଉତ୍ସବ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁଷ୍ଠିତ ନିର୍ବାଚନ କାର୍ଯ୍ୟକ୍ରମରେ , ଜିଲ୍ଲା ପଞ୍ଚାୟତ ଅଧିକାରୀ ରାମକୃଷ୍ଣ ଗଣ୍ଡ, ଉପଖଣ୍ଡ ପଂଚାୟତ ଅଧିକାରୀ ସୂର୍ଯ୍ୟନାରାୟଣ ମହାରଣା, ବଡ଼ବାବୁ ଅରୁଣ କୁମାର ପାଢୀ ,ବରିଷ୍ଠ ରାଜସ୍ୱ ସହାୟକ ସୂର୍ଯ୍ୟନାରାୟଣ ନାୟକ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।