ପୁରା ଖବର ବିଷୟରେ



ଦେଶୀ ମଦ ଜବତ ୩ ଗିରଫ

Apr 13 2022 8:10PM
(ଧାମନଗରରେ ରଞ୍ଜନ କୁମାର ମଲ୍ଲିକ ଙ୍କ ରିପୋର୍ଟ) ଭଦ୍ରକ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ପାଟୁଳି, କୋଟଶିରା, ବିରିଡ଼ି, ନେରଡ଼ା ଓ ମଞ୍ଜୁରୀରୋଡ଼ ବଜାର ଅଞ୍ଚଳରେ ଚଢାଉ କରାଯାଇ ୪୦ ଲିଟର ଦେଶୀ ରନ୍ଧା ମଦ ଓ ୦୫ ଲିଟର ଆସ୍କା ଫର୍ଟି ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ବଡ଼ଶାସନ ଗ୍ରାମର ସୁଧାକର ଜେନା, ବିରିଡ଼ି ଗ୍ରାମର ଛବିରାଣୀ ଜେନା ଓ ନେରଡ଼ା ଗ୍ରାମର କୀର୍ତ୍ତନ ମଳିକ । ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ସଂଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।