ପୁରା ଖବର ବିଷୟରେ



ଗୁଡ଼ାରୀ ବ୍ଳକ କାର୍ଯ୍ୟାଳୟ ସଦ୍ଭାବନା କକ୍ଷରେ ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

Apr 28 2022 11:32AM
(ଦକ୍ଷିଣ ଓଡ଼ିଶା ବ୍ୟୁରୋ ହେଡ ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଳକ କାର୍ଯ୍ୟାଳୟ ସଦ୍ଭାବନା କକ୍ଷରେ ସମିତି ଅଧ୍ୟକ୍ଷା ଶ୍ରୀମତି ଲକ୍ଷ୍ମୀ ଶବରଙ୍କ ସଭାପତିତ୍ବରେ ଏବଂ ବିଡ଼ିଓ ଶ୍ରୀ ନୃସିଂହ ଚରଣ ସେଠୀଙ୍କ ଅଧ୍ୟକ୍ଷତାରେ ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମିତିର ୯ ଜଣ ସମିତି ସଭ୍ୟସଭ୍ୟା ଓ ୯ ଜଣ ସରପଞ୍ଚ ଏବଂ ସମସ୍ତ ପିଆରଆଇ ମେମ୍ବର ତଥା ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ମୂଖ୍ୟ ଅତିଥି ଭାବେ ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପତି କ୍ରାସ୍କା, ସମିତି ଉପାଧ୍ୟକ୍ଷ ଶ୍ରୀ ବିଶ୍ଵନାଥ ଶବର, ରଘୁନାଥ ପାତ୍ର ଉପସ୍ଥିତ ରହି ବ୍ଳକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସଂପର୍କରେ ଆଲୋଚନା କରିଥିବା ବେଳେ ବିଭାଗୀୟ ଅଧିକାରୀ ମାନେ ନିଜ ନିଜର ବିଭାଗର ସହଭାଗିତା ଉପରେ ଆଲୋକପାତ କରିଥିଲେ ।