ପୁରା ଖବର ବିଷୟରେ



ଜିଲ୍ଲା ସଦର ମୋହକୁମାରେ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ, "୬୦ଗୋଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

Jul 4 2022 8:51PM
(ରମେଶ ଇପିଲିଙ୍କ ରିପୋର୍ଟ) ରାୟଗଡା : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମୋହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେଵସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା,ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା,ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ,ଉପଜିଲ୍ଲାପାଳ ରାୟଗଡ ଭୀମସେନ ଶବର, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ,ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ପ୍ରଦୀପ କୁମାର ପଟ୍ଟନାୟକ, ଉଦୟାନ କୃଷି ଉପନିର୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ତହସିଲଦାର ସୁନୀଲ ତାପସ କୁମାର ରାଉତ, ପୌର ନିର୍ବାହୀ ଅଧିକାରୀ ୟାସସିର ଅହମଦ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ଧ୍ରୁବଚରଣ ନାୟକ, ନିର୍ବାହୀଯନ୍ତ୍ରୀ ବିଦ୍ୟୁତ ନାରାୟଣ ନାୟକ,ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜି ମୋଟ ୬୦ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ୫୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଜିଲ୍ଲାପାଳ ଶ୍ରୀମତି ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।