ପୁରା ଖବର ବିଷୟରେ



ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଦିଗୁଡା ଠାରେ ଅବସରପ୍ରାପ୍ତ ୩ ଜଣ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ।

Jul 7 2022 9:32AM
(ଦକ୍ଷିଣ ଓଡ଼ିଶା ବ୍ୟୁରୋ ହେଡ ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଳକ ଅନ୍ତର୍ଗତ ଅସଡା ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଦିଗୁଡା ଠାରେ ସରକାରୀ ଉନ୍ନିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ସନ୍ତୋଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କବିବର ପ୍ରଧାନଙ୍କ ସଭାପତିତ୍ବରେ ଅବସରପ୍ରାପ୍ତ ୩ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କବିବର ପ୍ରଧାନ, ପ୍ରଧାନ ଶିକ୍ଷକ ଶ୍ରୀ ସନ୍ତୋଷ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ଶ୍ରୀ ପ୍ରସାଦ ଲିମା, ଅବସରପ୍ରାପ୍ତ ଶିକ୍ଷକ ନରହରି ସାହୁ, ପ୍ରଭାକର ନନ୍ଦ, ରମେଶ ମହାନ୍ତି ମଞ୍ଚାସୀନ ରହିଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ଅସଡାର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଅବସରପ୍ରାପ୍ତ ୩ ଜଣ ଶିକ୍ଷକ ଶ୍ରୀ ନରହରି ସାହୁ, ପ୍ରଭାକର ନନ୍ଦ, ରମେଶ ମହାନ୍ତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ସଭା ପ୍ରାରମ୍ଭରେ ଅବସରପ୍ରାପ୍ତ ଶିକ୍ଷକ ମାନଙ୍କୁ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ପୁଷ୍ପଗୁଚ୍ଛ ଦେଇ ପ୍ରାରମ୍ଭିକ ସଙ୍ଗୀତରେ ସ୍ବାଗତ ଜଣାଇ ପାଛୋଟି ନେଇ ଆସନ ଅଳଙ୍କୃତ କରାଇଥିଲେ, ଏବଂ ମଞ୍ଚାସୀନ ଅତିଥି ଓ ସଭାରେ ଉପସ୍ଥିତ ଶିକ୍ଷକ ମାନେ ବିଦାୟକାଳୀନ ସମ୍ଭାଷଣ ଜଣାଇ ଥିବା ବେଳେ ଅବସରପ୍ରାପ୍ତ ଶିକ୍ଷକ ମାନେ ନିଜ ନିଜ ଶିକ୍ଷକତା ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ । ଉକ୍ତ ସଭାର ସମସ୍ତ ଦାୟିତ୍ଵ ଶିକ୍ଷକ ଶ୍ରୀ ନିରଞ୍ଜନ ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ କବିବର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ପୂର୍ବକ ସଭାସାଙ୍ଗ କରିଥିଲେ ।