ପୁରା ଖବର ବିଷୟରେ



ଦେଶୀ ମଦ ଜବତ, ୦୨ ଗିରଫ

Jul 15 2022 7:36AM
(ରଞ୍ଜନ କୁମାର ମଲ୍ଲିକ ଙ୍କ ରିପୋର୍ଟ) ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଝୁଟୁଣା, ନେରଡ଼ା, ଆଖୁଆପଦା, ଡାହାଲା, ମଞ୍ଜୁରୀ ଓ ସରସଦା ଗ୍ରାମ ଅଞ୍ଚଳରେ ଚଢାଉ କରାଯାଇ ୭୫ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ମୋଟ ୦୨ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ଅଭିଯୁକ୍ତ ମାନେ ହେଲେ ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଝୁଟୁଣା ଗ୍ରାମର ଅଭିରାମ ଜେନା ଓ ନେରଡ଼ା ଗ୍ରାମର ହରେକୃଷ୍ଣ ମଳିକ l ଜବତ ମଦର ଆନୁମାନିକ ମୂଲ୍ୟ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ପୁରୁଷୋତ୍ତମ ମଲ୍ଲିକ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରମେଶ ନାୟକ, ଅନବାଦିତ୍ୟ ବାରିକ, ଶିବପ୍ରସାଦ ସାହୁ, ଜେମାମଣୀ ଜାମୁଡା, ସନ୍ଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ୦୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।