Get Breaking News Alerts From Nutana Odsiha.We'll Update you latest news through the day
+91- 9853456396
Home
Breaking news
Events
Video gallery
Events gallery
Entertainment
Sports
Politics
Career
Contact Us
Home
Breaking news
Events
Video gallery
Event gallery
Entertainment
Sports
Politics
Career
Contact Us
ପୁରା ଖବର ବିଷୟରେ
ଆସନ୍ତାକାଲି ୧୨ତାରିଖ ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା
Apr 11 2023 9:31PM
ଆସନ୍ତାକାଲି ୧୨ତାରିଖ ଠାରୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରାଜ୍ୟରେ ସମ୍ପ୍ରତି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ଯୋଗୁଁ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ସରକାରଙ୍କ ଘୋଷଣା ପରେ ରାଜ୍ୟର ସମସ୍ତ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି । ତେଣୁ ଆସନ୍ତା ୫ ଦିନ ସ୍କୁଲ ବନ୍ଦ ରହିବ ବୋଲି ସ୍ପଷ୍ଟ ହୋଇଛି । ଆସନ୍ତା ୫ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଥିବାରୁ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିବା ପରେ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ରାଜ୍ୟରେ ଆଗକୁ ଆସୁଛି ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏବେ ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଟପିଥିବା ଦେଖିବାକୁ ମିଳିଥିବାବେଳେ ଆହୁରି ଅଧିକ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ୧୩, ୧୪ ଓ ୧୫ ତିନି ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଆକଳନ କରାଯାଇଛି । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି ।