ପୁରା ଖବର ବିଷୟରେ



ବିଂଶତମ ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ

Apr 22 2023 6:42AM
(ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡା ଜିଲ୍ଲା ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ରାୟଗଡ ଜିଲ୍ଲା ଯୋଜନା କମିଟି ବୈଠକ ବିଂଶତମ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତୁନୁ ସବ୍ୟସାଚୀ ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ନାୟକ ରାୟଗଡ ଜିଲ୍ଲାର ବିକାଶ ପାଇଁ ବିଶେଷ କରି ବିଜୁଳି, ସଡ଼କ ଓ ପାଣି ସହିତ ଆନ୍ୟାନ୍ୟ ସାମଗ୍ରିକ ବିକାଶ ନିମନ୍ତେ ମାନ୍ୟବରବର ମୁଖ୍ୟମନ୍ତ୍ରୀ ଓଡିଶାଙ୍କ ପୂର୍ଣ୍ଣ ସହଯୋଗ ରହିଛି ବୋଲି ପ୍ରକାଶ କରିଛନ୍ତି । ପ୍ରାରମ୍ଭରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ସମସ୍ତଙ୍କୁ ସ୍ଵାଗତ ଜଣାଇ ବୈଠକରେ ଆଲୋଚନା ହେବାକୁଥିବା ବିଷୟ ବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ମାନ୍ୟବର ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ, ଅନ୍ୟତମ ମନ୍ତ୍ର ଶ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲୀ, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସରସ୍ବତୀ ମହାଝିଙ୍କ ବକ୍ତବ୍ୟ ରଖିବା ପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ମାନ୍ୟବର ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ସମସ୍ତଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଥିଲେ l ଜିଲ୍ଲାର ଉନ୍ନତି ଓ ବିକାଶ କ୍ଷେତ୍ରରେ ଯେଉଁଠାରେ ଆବଶ୍ୟକତା ରହିଛି, ସେଥିରେ ପୂର୍ଣ୍ଣ ଭାବରେ ସହଯୋଗ କରିବାକୁ ମନ୍ତ୍ରୀ ମହୋଦୟ କହିଥିଲେ ଏବଂ ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ଯୋଜନା କମିଟି ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ, ତାହାକୁ ଅନୁମୋଦନ କରାଯାଇ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ବୈଠକରେ ଜିଲ୍ଲାରେ ଆବଶ୍ୟକ ଥିବା ବିଜୁଳି, ଜଳ, ଓ ସଡ଼କର ସୁବ୍ୟବସ୍ଥା ଓ ଏହା ଉପରେ ଥିବା ଶତକଡ଼ା ବ୍ୟୟ ପରିମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ମୁଖ୍ୟତଃ ବିଜୁ କେବିକେ ଯୋଜନାରେ ଜିଲ୍ଲାଞ୍ଚଳ 2021-22,2022-23 ବାର୍ଷିକ ଯୋଜନା ଚିଠା 2021-22,2022-23 ଆର୍ଥିକ ବର୍ଷ ପାଇଁ 11କୋଟି ତାଙ୍କର ପ୍ରକଳ୍ପ ଅନୁମୋଦନ କରାଯାଇଥିଲା l ବିଗତ ଆର୍ଥିକ ବର୍ଷ 2021-22ରେ ରାୟଗଡ ଜିଲ୍ଲାକୁ ରାଜ୍ୟ ଯୋଜନା ପାଣ୍ଠି, କେନ୍ଦ୍ରୀୟ ଯୋଜନା ଏବଂ କେନ୍ଦ୍ରୀୟ ପ୍ରଯୋଜିତଯୋଜନା ପାଣ୍ଠି ମାଧ୍ୟମରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ବିଭିନ୍ନ ଉନ୍ନୟନ ବିଭାଗ ବାବଦକୁ ମୋଟ 1217କୋଟି 33ଲକ୍ଷ 67ହଜାର ଅନୁଦାନ ରାଶି ପ୍ରାପ୍ତ ଅନୁଦାନ ରାଶି ବିନିଯୋଗ ହୋଇଛି l ସେହିପରି ଆର୍ଥିକ ବର୍ଷ 2022-23ରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ 1383କୋଟି 29ଲକ୍ଷ ଟଙ୍କlର ଜିଲ୍ଲାର ଯୋଜନା ଚିଠା ପ୍ରସ୍ତୁତ କରାଯାଇ କମିଟି ଦ୍ୱାରା ଅନୁମୋଦନ କରାଗଲା l କ୍ରିଟିକାଲ ଗେପ ଫୋଣ୍ଡ ଯୋଜନାରେ ଆର୍ଥିକ 2021-22,2022-23 ବର୍ଷ 192ଲକ୍ଷ ଟଙ୍କାର ଅନୁମୋଦନ କରାଗଲା l ଏହି ବୈଠକରେ ରାୟଗଡ ଜିଲ୍ଲା ଜିଲ୍ଲାରେ ପିଇବା ପାଣି,ବିଜୁଳି, ସଡ଼କ ଓ ଯୋଗାଯୋଗ ନିହାତି ଆବଶ୍ୟକ ହୋଇଥିବାରୁ ଏସବୁ ସୁବ୍ୟବସ୍ଥା କରିବା ପାଇଁ ବୈଠକରେ ଲୋକ ପ୍ରତିନିଧିମାନେ ମାନ୍ୟବର ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଗାମୀ ସାତ ଦିନ ମଧ୍ୟରେ ସଂପୃକ୍ତ ସମସ୍ତ ଲୋକପ୍ରତିନିଧି ନିଜ ନିଜର ଆବଶ୍ୟକ ଥିବା କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରି ଜିଲ୍ଲା ଯୋଜନା କାର୍ଯ୍ୟାଳୟରେ ଦେବା ପାଇଁ ମାନ୍ୟବର ମନ୍ତ୍ରୀ ଶ୍ରୀ ନାୟକ ବିଡ଼ିଓ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ମାନ୍ୟବର , ବିଧାୟକ ରାୟଗଡ ଶ୍ରୀ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ , ସମସ୍ତ ଯୋଜନା କମିଟର ସଦସ୍ୟ, ସଦସ୍ୟା ମାନେ, ବିଭନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ l ଜିଲ୍ଲା ଯୋଜନା କମିଟିର ସମସ୍ତ ସଭ୍ୟ, ସଭ୍ୟା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଏବଂ ନିଜ ନିଜ ଅଞ୍ଚଳର ସମସ୍ୟା ଓ ତାର ସମାଧାନ ସମ୍ପର୍କରେ ମାନ୍ୟବର ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟିର ଅଧକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରବିନାରାୟଣ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।