Get Breaking News Alerts From Nutana Odsiha.We'll Update you latest news through the day
+91- 9853456396
Home
Breaking news
Events
Video gallery
Events gallery
Entertainment
Sports
Politics
Career
Contact Us
Home
Breaking news
Events
Video gallery
Event gallery
Entertainment
Sports
Politics
Career
Contact Us
ପୁରା ଖବର ବିଷୟରେ
ରାୟଗଡାରେ ଦିତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ
May 13 2023 9:39PM
ରାୟାଗଡ:ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଦିତୀୟ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୫୭୭୨୫୫୫ (ସତାବନ ଲକ୍ଷ ବାସ୍ତରୀ ହଜାର ପାଞ୍ଛ ସହ ପଞ୍ଛାବନ) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୩୧୧୩ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୨୨୧୫୬ (ବାଇସ ହଜାର ଶହେ ଛପନ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୫ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୮୯୪୦୦୦/-( ଆଠ ଲକ୍ଷ ଚଉରାନବେ ହଜାର) ଟଙ୍କା ଆଦାୟ ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମରୂତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରିନା ଚୌଧୁରୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ଗୁରୁଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁଭାସିନୀ ବେହେରା, ପ୍ରଥମ ଶ୍ରେଣୀ ବିଚାରପତି ଶ୍ରୀ ଚନ୍ଦନ ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l