ପୁରା ଖବର ବିଷୟରେ



ବ୍ଳକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

May 16 2023 4:58PM
(ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦ୍ଭାବନା କକ୍ଷରେ ବିଡ଼ିଓ ସୂଶ୍ରୀ ପ୍ରଭାତୀ ଝଡିଆଙ୍କ ତତ୍ବାବଧାନରେ ବ୍ଳକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ରାମନାଗୁଡା ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୋଟ 13ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର 13ଟି ଅଭିଯୋଗ ମଧ୍ୟରୁ 10ଟି ବ୍ୟକ୍ତିଗତ ଓ 3ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲ ମୋହନ ରାଉତ ରାୟ, ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଲଳିତ କୁମାର କହଁର, ପ୍ରକଳ୍ପ ନିର୍ଦ୍ଦେଶକ ଜାଳ ବିଭାଜିକା ମିଶନ ଡ଼ଃ ଦୟାନିଧି ବାଗ, ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣୀରେ, ବିଡ଼ିଓ ସୁଶ୍ରୀ ପ୍ରଭାତୀ ଝଡ଼ିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ ଶତପଥି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବିକାଶ ରଂଜନ ଦେହୁରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।