ପୁରା ଖବର ବିଷୟରେ



ଜିଲ୍ଲାପାଳଙ୍କ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

Jul 25 2023 12:20PM
(ପ୍ରସାଦ ଲିମାଙ୍କ ରିପୋର୍ଟ ) ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଳକ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ଶ୍ରୀମତି ସ୍ବଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତି ସ୍ବଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଷ୍ଣୁ ପ୍ରସାଦ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଭାରାପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଧର୍ମାନନ୍ଦ ବେହେରା, ଗୁଣୁପୁର ଉପଜିଲ୍ଲାପାଳ ଶ୍ରୀ ଲଳିତ କୁମାର କଅଁର, ଗୁଣୁପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶାନ୍ତିପ୍ରଭା ପ୍ରଧାନ ଯୋଗଦେଇ ଥିବାବେଳେ ମୋଟ ୬୪ ଗୋଟି ଅଭିଯୋଗ ଜିଲ୍ଲାପାଳଙ୍କ ହସ୍ତଗତ ହୋଇଥିଲା ।ସେଥି ମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୧୮ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଶିରିଗୁଡା ଗ୍ରାମପଞ୍ଚାୟତର ଋଷିଗୁଡା ଓ ମୁଷାପଦର ଗ୍ରାମର ୬୧ ଜଣଙ୍କୁ ଜଙ୍ଗଲ ଜମି ଓ ଘରବାରି ପଟ୍ଟା ପ୍ରଦାନ କରିଥିବା ବେଳେ ଜଣେ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଜଣ ବ୍ୟକ୍ତିଙ୍କୁ ୧୦ ହଜାର ଲେଖାଏଁ ୩୦ ହଜାର ଓ ରେଡକ୍ରସରୁ ଜଣଙ୍କୁ ୭ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଉକ୍ତ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀଙ୍କ ସମେତ ଗୁଡ଼ାରୀ ବିଡ଼ିଓ ସୁଶ୍ରୀ ଅନିଶା ଦାସ, ତହସିଲଦାର ଶ୍ରୀମତି ଭାରତୀ ଦେବୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଏଲ.ସନ୍ତୋଷ, ବନାଞ୍ଚଳ ଅଧିକାରୀ ଶ୍ରୀ ଗଙ୍ଗାଧର ମିଶ୍ର,ନିର୍ବାହୀ ଯନ୍ତ୍ରୀ,ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଗୁଡ଼ାରୀ ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣୀ କରିଥିଲେ । ଅଭିଯୋଗ ଗୁଡ଼ିକ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏବଂ ଭାରାପ୍ରାପ୍ତ ବନାଞ୍ଚଳ ଅଧିକାରୀ ଶ୍ରୀ ଗଙ୍ଗାଧର ମିଶ୍ରଙ୍କ ତତ୍ତ୍ୱାବଧାନରେ ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।