ପୁରା ଖବର ବିଷୟରେ



ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

Aug 1 2023 3:15PM
(ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ କଟିକଣା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଉପ ଜିଲ୍ଲାପାଳ ଭୀମସେନ ଶବର, ରାୟଗଡ ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ । ଆଜି ମୋଟ ୩୨ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୨୪ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସମେତ କୋଲନରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଚାନ୍ଦିଲି ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ଆଦି ନିମନ୍ତେ ଦରଖାସ୍ତ ଆସିଥିବା ଜଣା ପଡ଼ିଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କଟିକଣା ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକ ପ୍ରମୁଖ ପରିଚାଳନା କରିଥିଲେ ।