ପୁରା ଖବର ବିଷୟରେ



ଲୋକାର୍ପଣ ହେଲା ମେଗାଲିଫ୍ଟ ପ୍ରକଳ୍ପ।

Jan 14 2021 9:06PM
ଲୋକାର୍ପଣ ହେଲା ମେଗାଲିଫ୍ଟ ପ୍ରକଳ୍ପ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ ଜୟପାଟଣା ବ୍ଳକ ମେଗାଲିଫ୍ଟ ପ୍ରକଳ୍ପର ଲୋକାର୍ପଣ କରିବା ସହ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାୱରମ୍ଭ କରିଛନ୍ତି। କଳାହାଣ୍ଡିରେ ହେବ ଇନ୍ଦ୍ରାବତୀ ମ୍ୟୁଜିଅମ, ପାର୍କ ଓ ମନ୍ଦିର ନିଜର ଅଭିଭାଷଣ ରେ କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ ତଥା ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏହି ଅବସରରେ ଜୟପାଟଣା ବ୍ଲକ୍‌ର Mangalpur ଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ , ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ। କଳାହାଣ୍ଡିର ଏହି ବିକାଶ କୁସବୁ ଶ୍ରେୟ ଇନ୍ଦ୍ରବତୀ ନଦୀକୁ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି। ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ,ମନ୍ତ୍ରୀ ଶ୍ରୀ ରଘୁନଦନ ଦାଶ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ଉଦ୍ ବୋଧନ ଦେଇ ଥିଲେ।ଏହି କାର୍ଯ୍ୟକ୍ରମ ରେ ପ୍ରାୟ ୫ହଜାର ରୁ ଉର୍ଦ୍ଧ୍ବ ଜନସାଧାରଣ ଯୋଗ ଦେଇଥିଲେ । Prince Dance group ଆକର୍ଷଣୀୟ ନୃତ୍ୟ ଜରିଆରେ କଳାହାଣ୍ଡି ର ବିକାଶ ର ଧାରା ଉପସ୍ଥାପନା କରିଥିଲେ । କଳାହାଣ୍ଡି ରୁ ରଜନୀକାନ୍ତ ଛତ୍ରିଆ ଙ୍କ ସହ ବ୍ୟୋମକେଶ ପଣ୍ଡା ଙ୍କ ରିପୋର୍ଟ