ପୁରା ଖବର ବିଷୟରେ



କଲ୍ୟାଣସିଂପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Jul 10 2024 7:27AM
( ପଦ୍ମନ ଭତ୍ରା ଙ୍କ ରିପୋର୍ଟ ) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣ ସିଂହପୁର ବ୍ଲକ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପଞ୍ଚାୟତ ସମିତି ଅଧକ୍ଷା ଶ୍ରୀମତୀ ଅମ୍ରିତା କାଡ୍ରାକାଙ୍କ ଅଧକ୍ଷତା ରେ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶ ବି.ସି,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହି ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ ଜିଲ୍ଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ ନାୟକ,ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୫୫ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୨ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ୧୩ ଗୋଟି ରହିଥିଲା l ଜିଲ୍ଲାପାଳ ଜଣକୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକ,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ,ଭାରତ ଭୂଷଣ ବିଶ୍ୱାଳ,ରାୟଗଡ ଜିଲ୍ଲା ଜଳଛାୟା ପ୍ରକଳ୍ପ ପ୍ରଶାସକ ଡ଼ଃ ଦୟାନିଧି ବାଘ,ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ,ଜିଲ୍ଲା କୃଷି ଅଧିକାରୀ ସୁମନସିଂ ପଟ୍ଟନାୟକ,ବିଡ଼ିଓ କଲ୍ୟାଣ ସିଂହପୁର ମନିଷା ଦାସ,ତହସିଲଦାର କଲ୍ୟାଣ ସିଂହପୁର ରଞ୍ଜନ ମନସେଠ,ସହକାରୀ ଯନ୍ତ୍ରୀ ରାସ୍ତା ଓ ଗୃହ,ଗ୍ରାମ୍ୟ ଜଳଯୋଗାଣ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଲଳିତ ମଣ୍ଡଳ,ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ,ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ,ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓର ମାସ ର ଡେପୁଟି ସିଇଓ ମନୋଜ କୁମାର ପାତ୍ର,ଓଡିଶା ଜୀବିକା ମିଶନର ଜିଲ୍ଲା ପ୍ରକଳ୍ପ ପରିଚାଳକ ହେମନ୍ତ ବାଗ,କଲ୍ୟାଣ ସିଂପୁର ଥାନା ଅଧିକାରୀ ନୀଳକଣ୍ଠ ବେହେରା ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ବ୍ଲକସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।