ପୁରା ଖବର ବିଷୟରେ



ଅଷ୍ଟମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

Jul 20 2024 12:04PM
(ପ୍ରସାଦ ଲିମାଙ୍କ ରିପୋର୍ଟ) ରାୟଗଡା ଜିଲ୍ଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଗୁଡ଼ାରୀ ସଦଭାବନା କକ୍ଷରେ ବିଡ଼ିଓ ସୁଶ୍ରୀ ଅନିଶା ଦାସଙ୍କ ଅଧ୍ୟକ୍ଷତାରେ ଏବଂ ସମିତି ଅଧ୍ୟାକ୍ଷା ଶ୍ରୀମତି ଲକ୍ଷ୍ମୀ ଶବରଙ୍କ ସଭାପତିତ୍ୱରେ ୮ମ ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି କାର୍ଯ୍ୟାଳୟ ଗୁଡ଼ାରୀ ତରଫରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଗୁଣୁପୁର ବିଧାୟକ ଶ୍ରୀ ସତ୍ୟଜିତ ଗମାଙ୍ଗ, ସମ୍ମାନିତ ଅତିଥି ଜିଲ୍ଲାପରିଷଦ ସଭ୍ୟ ପତି କ୍ରାସ୍କା,ସାଂସଦ ପ୍ରତିନିଧି ପରିଷଦ ଗୁଡ଼ାରୀ ଶାସନପୁରୀ ଜଗଦିଶ, ବ୍ଲକ ସ୍ତରୀୟ ସାଂସଦ ପ୍ରତିନିଧି P. ବାବୁରାଓ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ ବୈଠକରେ ବ୍ଲକର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ଶର୍ମା,ସହାୟିକା ଯନ୍ତ୍ରୀ ଶ୍ରୀମତି ସୁସ୍ମିତା ଶବର, ଗ୍ରାମୀଣ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ,୯ ଗୋଟି ପଞ୍ଚାୟତର ସମିତି ସଭ୍ୟାସଭ୍ୟ, ସରପଞ୍ଚ ମାନେ ଉପସ୍ଥିତ ରହିଥିଲେ । ଏହି ପରିପ୍ରେକ୍ଷୀରେ ସମିତିର ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିବା ବେଳେ ଉପସ୍ଥିତ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ବିଭାଗର କାର୍ଯ୍ୟ ସମ୍ପର୍କରେ ଉପସ୍ଥାପନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଓଡିଶା ଜୀବିକା ମିଶନ ବିପିଏମ ଶ୍ରୀ ମାନସ ରଞ୍ଜନ ବାରିକ ପରିଚାଳନା କରିଥିଲାବେଳେ ବିଡ଼ିଓ ସୁଶ୍ରୀ ଅନିଶା ଦାସ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ପୂର୍ବକ ସଭା ସାଙ୍ଗ କରିଥିଲେ ।