ପୁରା ଖବର ବିଷୟରେ



ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

Sep 30 2024 10:08PM
(ଅଜିତ କୁମାର ଭତ୍ରାଙ୍କ ରିପୋର୍ଟ) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ବନଖଣ୍ଡ ଅଧିକାରୀ, ସଚିନ ଆହ୍ନା ସାହେବ ଓହଲେ, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୬୯ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୩୮ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୩୦ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଗୋଟିଏ ମେଡିକାଲ ଅଭିଯୋଗ ଥିଲା । ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଜମାଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ କରିଥିଲେ । ଏହି ଅଭିଯୋଗ ଶିବିରରେ ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।