ପୁରା ଖବର ବିଷୟରେ



ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ଅଭିଯୋଗ ଶୁଣାଣି ଅନୁଷ୍ଠିତ l

Oct 21 2024 10:09PM
(ସୁପ୍ରିୟା ଷଡଙ୍ଗିଙ୍କ ରିପୋର୍ଟ ) ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକାରୀ ସ୍ୱାତୀ ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ରାମନଗୁଡା ବ୍ଲକ ଅଧ୍ୟକ୍ଷ ର୍ବୀ ଶଙ୍କର ଗମାଙ୍ଗ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୪୪ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୨୭ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୦୫ଗୋଟିମେଡିକାଲ ଅଭିଯୋଗ ଥିଲା । ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଜମାଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଉଦ୍ୟାନ କୃଷି ଓ ଓଡିଶା ଜୀବିକା ମିଶନ ଆନୁକୂଲ୍ୟରେ ଖମ୍ବଗୁଡା ଠାରେ ଘଟଙ୍ଗା ତାରିଣୀ ସ୍ୱୟଂ ସହାୟକ ଗୋଷ୍ଠୀ ତରଫରୁ ଗୋଲାପ ଚାଷ କରି ଆଜିର ଶୁଣାଣି ଶିବିରରେ ମା ମନେ ଫୁଲ ପ୍ରତି ଦଶ ଟଙ୍କାରେ ବିକ୍ରି କରିବା ଦେଖି ଜିଲ୍ଲାପାଳ ଖୁସି ବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଜଣଙ୍କୁ ପାଞ୍ଚ ହଜାର, ରେଡ଼କ୍ରସ ତରଫରୁ ଦୁଇ ଜଣଙ୍କୁ ଦୁଇ ହଜାର ହିସାବରେ ଚାରି ହଜାର, ମୁଖ୍ୟମନ୍ତ୍ରୀ କଲ୍ୟାଣ ଯୋଜନାରେ ଉଚ୍ଚ ଶିକ୍ଷା ନିମନ୍ତେ ଏକ ମତ୍ସଜୀବୀ ପରିବାରରଚେତନ ଗମାଙ୍ଗଙ୍କୁ କୋଡିଏ ହଜାର ଟଙ୍କାର ଚେକ ଜିଲ୍ଲାପାଳ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ଚିକିତ୍ସା ଅଧିକାରୀ ରମେଶ ଚନ୍ଦ୍ର ସାହୁ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ୱ ମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ଯୋଗାଣ ଅଧିକାରୀ ଦାସୀରଥି ସରେନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିମା ପ୍ରଧାନ, ଜଳଛାୟା ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ଦୟାନିଧି ବାଘ, ମତ୍ସ ବିଭାଗ ଉପ ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ସେଠି, ଏଲଡିଏମ ଦେବେନ୍ଦ୍ର ବାଉରୀ, ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାଟି ଶ୍ରୀକାନ୍ତ ପାଣିଗ୍ରାହୀ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।