ପୁରା ଖବର ବିଷୟରେ



ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ୟସ୍ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ଭଦ୍ରକ ରେ ଏସ.ଆର.ସି ଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା ।

May 23 2021 6:44PM
(ଭଦ୍ରକ ରୁ ପ୍ରକାଶ ସ୍ୱାଇଁଙ୍କ ରିପୋର୍ଟ) ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି ମହାନିର୍ଦ୍ଦେଶକ କହିଛନ୍ତି । ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇପାରେ ଉତ୍ତର ଓଡ଼ିଶାର ଦୁଇଟି ଜିଲ୍ଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ସେହି ସମୟରେ ଓଡ଼ିଶାର ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ତେବେ ଏହି ୨ ଜିଲ୍ଲାରେ ପ୍ରଶାସନ ପକ୍ଷରୁ କିଭଳି ପ୍ରସ୍ତୁତି କରାଯାଇଛି ତାର ସମୀକ୍ଷା କରିଛନ୍ତି ଏସଆରସି ପ୍ରଦୀପ ଜେନା । ସ୍ଥିତି ସମୀକ୍ଷା ପାଇଁ ଭଦ୍ରକ ଗସ୍ତ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ କରୋନାକୁ ଦୃଷ୍ଟିରେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ତାର ଅନୁଧ୍ୟାନ କରିଛନ୍ତି । ବାତ୍ୟା ୟସକୁ ମୁକାବିଲା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା କରାଯାଇଥିଲା। ତେବେ ଏହି ବୈଠକରେ ଜିଲ୍ଲାପାଳଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର. କଟକ, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରା ଯାଇଛି ।