ପୁରା ଖବର ବିଷୟରେ



ପୁଣି ଜଣେ ସାମ୍ବାଦିକଙ୍କ କରୋନାରେ ଆକ୍ରାନ୍ତ ହୋଇ ଦେହାନ୍ତ ।

Jun 7 2021 6:38AM
(ସନ୍ତୋଷ କୁମାର ନାୟକଙ୍କ ରିପୋର୍ଟ) ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ତେଲୁଗୁ ଖବରକାଗଜ ଇନାଡୁ ପ୍ରତିନିଧି କେ.କୃଷ୍ଣ ପ୍ରସାଦ ରାଓଙ୍କ ପରଲୋକ । କୋଭିଡରେ ଆକ୍ରାନ୍ତ ହୋଇ ସେ ପ୍ରାଣ ହରାଇଥିବା ସୂଚନା । ମେ ୧୮ ତାରିଖରୁ ସେ ଅସୁସ୍ଥ ଅନୁଭବ କରିବାରୁ ପ୍ରଥମେ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନ ହେବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରୁ ପୁଣି ଅଶ୍ୱିନୀ କୋଭିଡ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ପ୍ରସାଦଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ହେବାରୁ ତାଙ୍କୁ ଆନ୍ଧ୍ରର ବିଶାଖାପାଟନମ୍ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ଦୁଃଖର ବିଷୟ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ପାରଳାଖେମୁଣ୍ଡି ସାମ୍ବାଦିକ ସଂଘ ଗଭୀର ଶୋକ ପ୍ରକାଶ କରିଛି । ଇତିମଧ୍ୟରେ ଓଡ଼ିଶାର ଏବେ ସୁଦ୍ଧା ୩୦ରୁ ଅଧିକ ଜଣ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି।