Get Breaking News Alerts From Nutana Odsiha.We'll Update you latest news through the day
+91- 9853456396
Home
Breaking news
Events
Video gallery
Events gallery
Entertainment
Sports
Politics
Career
Contact Us
Home
Breaking news
Events
Video gallery
Event gallery
Entertainment
Sports
Politics
Career
Contact Us
ପୁରା ଖବର ବିଷୟରେ
ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳନ
Aug 28 2021 7:19PM
(ଓଡ଼ିଶା ବ୍ୟୁରୋ ହେଡ ଯୋଗେଶ୍ବର ଦାସଙ୍କ ରିପୋର୍ଟ) ରାୟଗଡ଼ : ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସର ୨୮ ତାରିଖକୁ ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ରୂପେ ପାଳନ କରିଆସୁଛି। ଏହି ଅବସରରେ ରାୟଗଡ଼ା ଜିଲ୍ଲା ସମସ୍ତ ବ୍ଳକରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ରାୟଗଡ଼ ବ୍ଳକ ଅନ୍ତର୍ଗତ ତାଡମା ଗ୍ରାମ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ରାୟଗଡ଼ ଜିଲ୍ଲା ଭାରତୀୟ ମଜଦୁର ସଂଘ ଏବଂ ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ପ୍ରାୟ ୩୮୦ ଟି ବୃକ୍ଷ ରୋପଣ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବେ ରାୟଗଡ଼ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର , ମୂଖ୍ୟ ବକ୍ତା ଭାବେ ଭାରତୀୟ ମଜଦୁର ସଂଘ ର ରାଜ୍ଯ ସମ୍ପାଦକ ତଥା ଜିଲ୍ଲା ପ୍ରଭାରୀ ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନିୟ ଅତିଥି ଭାବେ ରାୟଗଡ଼ ଜିଲ୍ଲା ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ମହେଶ୍ୱର ନାୟକ , ରାୟଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ , ବରିଷ୍ଠ ସାମ୍ବାଦିକ ତଥା ଓଡ଼ିଶା କର୍ମଜିବୀ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଶ୍ରୀ ବାଦଲ ତା , ବନ ବିଭାଗ ବନାଞ୍ଚଳ ଅଧିକାରୀ ଅଶୋକ କୁମାର ପ୍ରଧାନ , ବନ ବିଭାଗର ବନ ପାଳ ଅନିଲ ପାଣିଗ୍ରାହୀ , ଡମ୍ବରୁଧର ନାୟକ , କୁନା ବେହେରା , ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ମିଶ୍ର ଭାରତୀୟ ମଜଦୁର ସଂଘ ର ଏପରି ଚିନ୍ତା ଧାରାକୁ ପ୍ରଶଂସା କରିବା ସହ ଦେଶ ଗଠନରେ ଆଗରେ ରହି ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାକୁ ସମାଧାନ କରିବା ସହ ସମାଜ କାମକୁ ଆଗରେ ରହି ଯେଉଁ ସବୁ କାର୍ଯ୍ୟକ୍ରମ କରି ଆସୁଛନ୍ତି ତାହା ଏକ ଚିର ସ୍ମରଣୀୟ। ମୂଖ୍ୟ ବକ୍ତା ଶ୍ରୀ ଯୋଗେଶ୍ଵର ଦାସ କହିଥିଲେ ପର୍ଯ୍ୟାବରଣ ଦିବସକୁ ଏକ ସାର୍ବଜନିନ ପର୍ବ ଭାବରେ ପାଳନ କରିବା ଓ ପରିବେଶ ସଂକ୍ରାନ୍ତରେ ଜନ ସଚେତନା ସୃଷ୍ଟି କରିବା ଭାରତୀୟ ମଜଦୁର ସଂଘ ର ଏକ ମାତ୍ର ଲକ୍ଷ ଓ ଉଦ୍ଦେଶ୍ୟ ଏବଂ ସ୍ଵଚ୍ଛ, ନିର୍ମଳ ଓ ପ୍ରଦ୍ୟୁଷଣ ମୁକ୍ତ ବାତାବରଣ , ପୃଥିବୀରେ ବାସ କରୁଥିବା ସମସ୍ତ ଜନ ସମାଜ ପାଇଁ ମୈ।ଳିକ ଅଧିକାର ଓ ଆବଶ୍ୟକତା ରହିଥିବା ବେଳେ ମନୁଷ୍ୟ ତାର ଅନାବଶ୍ୟକ ତାକୁ ପୂରଣ କରିବା ପାଇଁ ପରିବେଷ କୁ ସୋଷଣ କରୁଛି , ଆଧୁନିକ ସଭ୍ୟତାର ଆବଶ୍ୟକତା ପାଇଁ ଶିଳ୍ପାୟନ ବୃଦ୍ଧି ଓ ଲୋକଙ୍କର ଆବଶ୍ୟକ ସାମଗ୍ରୀ ନିର୍ମାଣ ପାଇଁ କଳ କାରଖାନା ରୁ ନିର୍ଗତ ଧୁଆଁ, ଯାତାୟାତ ବ୍ୟବହୃତ ଯାନବାହାନ ର ପ୍ରଦ୍ୟୁଷଣ , ଶୀତତାପ ନିୟନ୍ତ୍ରିତ ଯନ୍ତ୍ରପାତି ଇତ୍ୟାଦିରୁ ନିର୍ଗତ ବିଷାକ୍ତ କ୍ଳୋରଫ୍ଲୋର କାର୍ବନ ପାଇଁ ପ୍ରତ୍ୟେକ ବର୍ଷ ତାପମାତ୍ରା ବୃଦ୍ଧି ପାଇଛି। ପରିବେଶ ବିନା ମଣିଷ ସମାଜର କଲ୍ୟାଣ ଅସମ୍ବବ ପରିବେଶ ନ ରହିଲେ ଜିବସତା ରହିବ ନାହିଁ। ଭାରତୀୟ ମଜଦୁର ସଂଘ ଶ୍ରମିକ ସମାଜର କଲ୍ୟାଣ ପାଇଁ ଯେତିକି ଚିନ୍ତିତ ସେତିକି ସମାଜ ଓ ପରିବେଶ ପାଇଁ ମଧ୍ୟ ଚିନ୍ତିତ , ପରିବେଶ ସଂରକ୍ଷଣ ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ଶ୍ରୀ ଦାସ ପ୍ରକାଶ କରିଥିଲେ ଭାରତୀୟ ମଜଦୁର ସଂଘ ର ଜିଲ୍ଲା ସଂପାଦକ ଖଗେଶ୍ବର ସିଂଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମକୁ ସଂଘର ଉଷାରାଣୀ ଦାଶ , ପ୍ରଳୟ ସାହୁ , ଅମର ଜେନା , ମନୋରମା ବେନିୟା , ଧନଞ୍ଜୟ କଣ୍ଠବଂସ , ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଜୟଦେବ ଦେଓ , ଶିକ୍ଷୟିତ୍ରୀ ନମିତା ସାହୁ , ସୁପ୍ରଭା ପାତ୍ର , ବିମଳ କୁମାର ବିଶ୍ବାଳ ପରିଚାଳନା କରିଥିଲେ ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ମଜଦୁର ସଂଘ ,ପର୍ଯ୍ୟାବରଣ ମଞ୍ଚ , ବିଶ୍ଵକର୍ମା ମଜଦୁର ସଂଘ, ଅଲ୍ ଓଡିଶା ଅଙ୍ଗନବାଡ଼ି ଲେଡିଜ ୱାରକର୍ସ ଆସୋସିଏସନ୍ , ଆଶା ସାଥୀ , ଆଶା କର୍ମୀ, କୃଷି ଗ୍ରମିଣ ମଜଦୂର ସଂଘ ର ପ୍ରତିନିଧି ଏବଂ ତାଡମା ଗ୍ରାମର ନେତୃବୃନ୍ଦ ଯୋଗ ଦେଇଥିଲେ